ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପଶ୍ଚିମା ଝଡ଼ ପ୍ରଭାବ; ୧୩ଟି ଜିଲ୍ଲାକୁ ୱାର୍ଣିଂ ଜାରି

0

ଭୁବନେଶ୍ବର; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ବର୍ଷା ହେବାସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହେବା ସହ ଗୁଳଳିଗୁଳି ମଧ୍ୟ ହୋଇଥିଲ। କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା। ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା।

Leave A Reply

Your email address will not be published.