ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସାଉଦିରେ ଘଟିଲା ବଡ଼ ଦୁର୍ଘଟଣା, ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ

0

ସାଉଦି ଆରବ: ପବିତ୍ର ରମଜାନ ମାସ ଚାଲିଥିବା ବେଳେ ଭୟଙ୍କର ଦୁର୍ଘଟଣା ଘଟିଛି ସାଉଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ।। ପୋଲରେ ପିଟିହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ହଜ୍ ଯାତ୍ରୀ ବସ୍‌ ରେ ଯାଉଥିବା ବେଳେ ବସ୍‌ଟି ପୋଲରେ ଧକ୍କା ହେବା ପରେ ଓଲଟି ପଡ଼ି ନିଆଁ ଲାଗିଯାଇଥିଲା ।

ସୂଚନାଯୋଗ୍ୟ; ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ୨୦ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଅତି କମ୍‌ରେ ୨୯ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ମକ୍କା ଅଭିମୁଖେ ତୀର୍ଥଯାତ୍ରୀ ବସ୍‌ଟି ଯାଉଥିବା ବେଳେ ଅଘଟଣ ଘଟିଥିଲା । ବ୍ରେକ୍ ଫେଲ୍ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ତେବେ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନା।

Leave A Reply

Your email address will not be published.