ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବଢ଼ିଲା ପାନ୍ ସହ ଆଧାର ଲିଙ୍କ୍ କରିବାର ସମୟସୀମା

0

ନୂଆଦିଲ୍ଲୀ : ସରକାର ପୁଣି ଥରେ ବଢ଼େଇଛନ୍ତି ପାନ୍ ସହ ଆଧାର ଲିଙ୍କ୍ କରିବାର ସମୟସୀମା । ଏହି ସମୟସୀମାକୁ ଆସନ୍ତା ୨୦୨୩ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ ଏ ନେଇ ଏକ ବିଜ୍ଞପ୍ତି ଜାରି କରି ଘୋଷଣା କରିଛି ।

କେନ୍ଦ୍ର ସରକାରଙ୍କ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରି କୁହାଯାଇଛି ଯେ, ଟିକସଦାତାଙ୍କୁ କିଛିଟା ଆଶ୍ୱସ୍ତି ଦେଇ ପାନ୍ ସହ ଆଧାର ଲିଙ୍କ୍ କରିବାର ଶେଷ ତାରିଖକୁ ଜୁନ୍ ୩୦, ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ପୂର୍ବରୁ ପାନ୍ କାର୍ଡ ଓ ଆଧାର କାର୍ଡ ଲିଙ୍କ୍ କରିବାର ଶେଷ ତାରିଖ ମାର୍ଚ୍ଚ ୩୧, ୨୦୨୩ ଥିଲା।  କିନ୍ତୁ ଯଦି ଆପଣ ଏପର୍ଯ୍ୟନ୍ତ ଆପଣଙ୍କ ପାନ୍ କାର୍ଡକୁ ଆଧାର ସହ ଲିଙ୍କ୍ କରିନାହାଁନ୍ତି, ତେବେ ଏବେ ଆପଣଙ୍କୁ ଚିନ୍ତା କରିବାକୁ ପଡ଼ିବ ନାହିଁ। କାରଣ ଏବେ ଆପଣଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ କାମର ସମାଧାନ ପାଇଁ ଆଉ ୩ ମାସ ସମୟ ଦିଆଯାଉଛି । ଏହି ସମୟ ସୀମା ମଧ୍ୟରେ ଯଦି ଆପଣ ନିଜର ପାନ୍ କାର୍ଡକୁ ଆଧାର ସହ ଲିଙ୍କ  ନ କରନ୍ତି ତେବେ ଆପଣଙ୍କ ପାନ୍ କାର୍ଡ ନିଷ୍କ୍ରିୟ ହୋଇଯିବ ।

Leave A Reply

Your email address will not be published.