ପ୍ରମୁଖ ଖବର

ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ଯାଜପୁର; ଯାଜପୁର ସରକାରୀ ପଲିଟେକନିକର ବିରଜା ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀଙ୍କ ନାଁ ରୋଜାଲିନ ପାତ୍ର। ସେ ଇଲେକ୍ଟ୍ରିକାଲ ବିଭାଗର ତୃତୀୟ ବର୍ଷର ଛାତ୍ରୀ ଥିଲେ। ପରିବାର ଲୋକେ ରୋଜାଲିନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ତାଙ୍କୁ ମାରି ଝୁଲାଇ ଦିଆଯାଇଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ୪ଟି କ୍ୟାମ୍ପସ ପାଇବା ପରେ ରୋଜାଲିନଙ୍କୁ ତାଙ୍କ ସହପାଠୀମାନେ ଈର୍ଷା କରୁଥିଲେ। ତାଙ୍କୁ ହଇରାଣ କରୁଥିଲେ। ଆଉ କୌଣସି କ୍ୟାମ୍ପସରେ ନବସିବାକୁ ତାଙ୍କୁ ଧମକ ଦେଉଥିଲେ।

ରୋଜାଲିନଙ୍କ ପରିବାର ଲୋକେ ଏହି ଘଟଣା ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଦାୟୀ କରିଛନ୍ତି। ଘଟଣା ସମ୍ପର୍କରେ ପୁଲିସ୍‌ କିମ୍ବା କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଖବର ଲେଖାଯିବା ବେଳେ ବେଳକୁ ପୁଲିସ୍ ହଷ୍ଟେଲରେ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବାକୁ ବ୍ୟବସ୍ଥା କରୁଥିଲା। ଯାଜପୁର ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ଓ କୋରେଇ ଥାନା ଆଇଆଇସି ସଂଘମିତ୍ର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରିଛନ୍ତି।

Leave A Reply

Your email address will not be published.