ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ

0

ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ ।

ସୂଜନାଯୋଗ୍ୟ, ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ । ଗୋଟିଏ ପର୍ଯ୍ୟାୟରେ ହେବ ନିର୍ବାଚନ । ୨୨୪ ବିଧାନସଭା ଆସନରେ ଅନୁଷ୍ଠିତ ହେବ ନିର୍ବାଚନ । ମେ ୧୩ରେ ଭୋଟ  ଗଣତି ନେଇ  ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଗୋଟିଏ ପର୍ଯ୍ୟାୟରେ ୨୨୪ ଆସନ ପାଇଁ ଭୋଟ ଗ୍ରହଣ ହେବ ।  ଏପ୍ରିଲ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ । ୨୧ ଏପ୍ରିଲରେ ଯାଞ୍ଚ, ଏପ୍ରିଲ ୨୪ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ନେଇ ସୂଚନା ଦିଆଯାଇଛି ।

Leave A Reply

Your email address will not be published.