ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ

0

ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ ।

ସୂଜନାଯୋଗ୍ୟ, ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ । ଗୋଟିଏ ପର୍ଯ୍ୟାୟରେ ହେବ ନିର୍ବାଚନ । ୨୨୪ ବିଧାନସଭା ଆସନରେ ଅନୁଷ୍ଠିତ ହେବ ନିର୍ବାଚନ । ମେ ୧୩ରେ ଭୋଟ  ଗଣତି ନେଇ  ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଗୋଟିଏ ପର୍ଯ୍ୟାୟରେ ୨୨୪ ଆସନ ପାଇଁ ଭୋଟ ଗ୍ରହଣ ହେବ ।  ଏପ୍ରିଲ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ । ୨୧ ଏପ୍ରିଲରେ ଯାଞ୍ଚ, ଏପ୍ରିଲ ୨୪ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ନେଇ ସୂଚନା ଦିଆଯାଇଛି ।

Leave A Reply

Your email address will not be published.