ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ

0

ନୂଆଦିଲ୍ଲୀ; ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।

ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ମେ’ ୧୩ ତାରିଖରେ ଗଣତି ହେବ। ଏନେଇ ଏପ୍ରିଲ ୧୩ ତାରିଖରେ ପ୍ରକାଶ ନିର୍ବାଚନ ବିଜ୍ଞପ୍ତି ପାଇବ। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲ କରିବେ। ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। 

ସୂଚନାଯୋଗ୍ୟ, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ହୋଇଛି ଝାରସୁଗୁଡ଼ା ବିଧାନସଭା ଆସନ। ଏହି ଆସନରେ ଉପନିର୍ବାଚନ ହେବାର ସମ୍ଭାବନା ରହିଥିଲା। ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.