ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ

0

ନୂଆଦିଲ୍ଲୀ; ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।

ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ମେ’ ୧୩ ତାରିଖରେ ଗଣତି ହେବ। ଏନେଇ ଏପ୍ରିଲ ୧୩ ତାରିଖରେ ପ୍ରକାଶ ନିର୍ବାଚନ ବିଜ୍ଞପ୍ତି ପାଇବ। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲ କରିବେ। ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। 

ସୂଚନାଯୋଗ୍ୟ, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ହୋଇଛି ଝାରସୁଗୁଡ଼ା ବିଧାନସଭା ଆସନ। ଏହି ଆସନରେ ଉପନିର୍ବାଚନ ହେବାର ସମ୍ଭାବନା ରହିଥିଲା। ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.