ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ

0

ଭଦ୍ରକ; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଥିବା ବେଳେ ଭୟ ବଢ଼ାଇଛି ବଜ୍ରପାତ । ଭଦ୍ରକ ବାସୁଦେବପୁର ଅଞ୍ଚଳରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ ହୋଇଛି । କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ । ବାସୁଦେବପୁର ଅଞ୍ଚଳରେ ୫ ହଜାରରୁ ଅଧିକ ବଜ୍ରପାତ ହୋଇଥିବା ବେଳେ ଏହା କେତେ ଘାତକ ହୋଇପାରେ, ଏ ନେଇ ସତର୍କ କରାଇଛନ୍ତି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସେ ସୂଚନା ଦେଇଛନ୍ତିି । ଓଡ଼ିଶାରେ ମାତ୍ର ଅଧ ଘଣ୍ଟା ମଧ୍ୟରେ ଗୋଟିଏ ଅଞ୍ଚଳରେ ୫ ହଜାରରୁ ଅଧିକ ଥର ବଜ୍ରପାତ ସର୍ବକାଳୀନ ରେକର୍ଡ ବୋଲି କୁହାଯାଉଛି । ଘଡ଼ଘଡ଼ି ସଂପର୍କୀତ ସୂଚନା ପାଇବା ପାଇଁ ‘ଦାମିନୀ’ ଆପ୍ ଡାଉନଲୋଡ୍ କରିବାକୁ ପରାମର୍ଶ ଦେଇଛନ୍ତି ଉମାଶଙ୍କର । ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା ଲାଗି ନିବେଦନ କରିଛନ୍ତି ।

ସେପଟେ ଓଡ଼ିଶାକୁ ଆସୁଛି ଆଉ ଏକ ପଶ୍ଚିମା-ଝଡ଼। ଅପ୍ରେଲ ୨ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି। ସେଥିପାଇଁ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.