ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର

0

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ । ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ ଶ୍ରଦ୍ଧାଳୁଙ୍କର ଭଡି ଜମିବାର ଦେଖିବାକୁ ମିଳୁଛି । ରାଜଧାନୀର ସମସ୍ତ ମଠ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା। ପ୍ରଭୁଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରେ ସକାଳୁସକାଳୁ ଲାଗିଛି ଭକ୍ତଙ୍କ ଭିଡ଼ । ଶ୍ରୀରାମ ନବମୀ ଅବସରରେ ସ୍ବତନ୍ତ୍ର ଭାବେ ସଜେଇ ହୋଇଛି ମନ୍ଦିର।

ରାଜଧାନୀ ଭୁବନେଶ୍ବରରେ ରାମ ମନ୍ଦିରରେ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ ଧୂପ ଓ ବେଶ ହୋଇଛି। ଶ୍ରୀରାମ ଚରିତ ମାନସ ନବାଙ୍ଗ ପାରାୟଣରେ ପୂର୍ଣ୍ଣାହୁତି ହେବା ପରେ ହୋମ ଯଜ୍ଞ କରାଯିବ। ମଧ୍ୟାହ୍ନ ପରେ ଶ୍ରୀରାମଙ୍କ ଜୟନ୍ତୀ ଆଳତି ହେବ। ପରେ ସନ୍ଧ୍ୟା ଆଳତି କରାଯାଇ ରାତିରେ ଭୋଗ ଆଳତୀ ଅନୁଷ୍ଠିତ ହେବ। ଏହି ଅବସରରେ ଠାକୁରଙ୍କ ପାଖରେ ପାଞ୍ଚ ମେଳା ଓ ଫଳ ଲାଗି ହେବ । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।

ସେପଟେ ଭଦ୍ରକରେ ମହାଆଡମ୍ବରରେ ପାଳିତ ହେଉଛି ଶ୍ରୀ ରାମ ନବମୀ ମହୋତ୍ସବ। ଆଜି ଅନୁଷ୍ଠିତ ହେବ ନଗର ସଂକୀର୍ତ୍ତନ। ନଗର ସଂକୀର୍ତ୍ତନ ପାଇଁ ଭଦ୍ରକ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave A Reply

Your email address will not be published.