ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସୋଆରେ ଜି-୨୦ ପ୍ରେସିଡେନ୍ସି ପାଳନ ନେଇ ସଭା ଆୟୋଜିତ

0

ଭୁବନେଶ୍ୱର, ଏପ୍ରିଲ୍ ୧: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏଥି ନିମନ୍ତେ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଉତ୍କଳ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି ।

ଆସନ୍ତା ଏପ୍ରିଲ୍ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଜି-୨୦ ଦେଶର ପ୍ରତିନିଧି ମାନେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ତୃତୀୟ ଏଜୁକେସନ୍ ୱାର୍କିଂ ଗ୍ରୁଫ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଏହି ପରିପ୍ରେକ୍ଷୀରେ ‘ଜନ ଭାଗିଦାରୀ’ ଭାବେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଓଡ଼ିଶାର ୩୦ ଟି ଜିଲ୍ଲାରେ କୁଇଜ, ପ୍ରବନ୍ଧ, ବକ୍ତୃତା, ଆଲୋଚନା ଚକ୍ର ଓ ୱେବିନାର, ବିଭିନ୍ନ କ୍ରିଡା କାର୍ଯ୍ୟକ୍ରମ, ମକ୍ ଜି-୨୦, ସ୍ୱଚ୍ଛତା କାର୍ଯ୍ୟକ୍ରମ, ଖାଦ୍ୟ ଉତ୍ସବ ଓ ଯୁବ ସମ୍ବାଦ କାର୍ଯ୍ୟକ୍ରମ ଇତ୍ୟାଦିର ଆୟୋଜନ କରାଯିବ ।

ସୋଆକୁ ଏଥି ନିମନ୍ତେ ଆଙ୍କର ଅନୁଷ୍ଠାନ ଭାବେ ମନୋନୀତ କରାଯାଇଛି । ବଲାଙ୍ଗୀର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ନେଇ ସୋଆକୁ ଦାୟିତ୍ୱ ଦିଆଯାଇଛି । ବିଭିନ୍ନ ସ୍କୁଲ୍‌, ଆଇଟିଆଇ, ପଲିଟେକ୍ନିକ୍‌, ଇଞ୍ଜିନିୟରିଂ ସମେତ ବିଭିନ୍ନ କଲେଜର ଛାତ୍ରଛାତ୍ରୀ ଏବଂ ଜନ ଶିକ୍ଷଣ ସଂସ୍ଥାନର ହିତାଧିକାରୀମାନେ ଏହି କାର୍ଯ୍ୟକ୍ରମ ଗୁଡ଼ିକରେ ଯୋଗ ଦେବେ ।

ଏହି ଅବସରରେ ଆୟୋଜିତ ଏକ ବୈଠକରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ନିଜ ବକ୍ତବ୍ୟରେ ଏହି କାର୍ଯ୍ୟକ୍ରମ ନେଇ ଆନନ୍ଦ ପ୍ରକାଶ କରିବା ସହ ବିଶ୍ୱବିଦ୍ୟାଳୟ ତରଫରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଉତ୍କଳ ଦିବସ ଅବସରରେ ପ୍ରଫେସର ନନ୍ଦ ବିଶ୍ୱବିଦ୍ୟାଳୟର ସମସ୍ତ ଫ୍ୟାକଲ୍ଟି ମେମ୍ବର, କର୍ମକର୍ତା ଓ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଉତମ ଶିକ୍ଷା ଓ ଅଭିନବ ଗବେଷଣାକୁ ନେଇ ପ୍ରତିଷ୍ଠିତ ସୋଆ ଜାତୀୟ ସ୍ତରରେ ଆହୁରି ସୁନାମ ଅର୍ଜନ କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ।

ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ରତାକୁ ବଜାୟ ରଖିବା ସହ ଇନ୍‌ଟର ଡିସିପ୍ଲିନାରୀ ଓ କ୍ରସ୍ ଡିସିପ୍ଲିନାରୀ ଗବେଷଣାକୁ ଅଧିକ ପ୍ରାଧାନ୍ୟ ଦେବାକୁ ନୂତନ ଭାବେ ସୋଆର କୁଳପତି ଦାୟିତ୍ୱ ଗ୍ରହଣ କରିଥିବା ପ୍ରଫେସର ନନ୍ଦ କହିଛନ୍ତି । ଏହି ଅବସରରେ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଜନ ଭାଗିଦାରୀ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିବା ବେଳେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଆଡିସ୍‌ନାଲ୍ ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.