ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜେଲରୁ ମୁକୁଳିଛନ୍ତି କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ

0

ପଞ୍ଜାବ; ଆଜି ପଞ୍ଜାବର ପଟିଆଲା ଜେଲରୁ ମୁକୁଳିଛନ୍ତି କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ରୋଡ ରେଜ ମାମଲାରେ ତାଙ୍କୁ ଏକ ବର୍ଷ ସଜା ହୋଇଥିଲା। ହେଲେ ବର୍ଷ ପୂରଣର ୪୮ ଦିନ ପୂର୍ବରୁ ସେ ମୁକୁଳି ଯାଇଛନ୍ତି। ଏହି ସମୟରେ ଜେଲ ବାହାରେ ସିଦ୍ଧୁଙ୍କ ପ୍ରଶଂସକଙ୍କର ଭିଡ ଲାଗିଥିଲା। ଢୋଲ ବଜାଇ ତାଙ୍କର ସ୍ୱାଗତ କରାଯାଇଥିଲା। ନୀଳ କୁର୍ତ୍ତା ଏବଂ ପଗଡି ପିନ୍ଧି ସିଦ୍ଧୁ ହାତରେ ଏକ ବହି ଧରି ଜେଲରୁ ବାହାରକୁ ଆସୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ୫୯ ବର୍ଷୀୟ ପୂର୍ବତନ କ୍ରିକେଟରଙ୍କୁ ଜେଲ୍‌ରୁ ମୁକୁଳିବା ପରେ ସ୍ୱାଗତ ପାଇଁ ପଟିଆଲା ଜେଲ ବାହାରେ ଅନେକ କଂଗ୍ରେସ ନେତା ଓ ସମର୍ଥକଙ୍କ ଭିଡ଼ ଜମିଥିଲା। ଅନେକ ସ୍ଥାନରେ ନବଜୋତ ସିଦ୍ଧୁଙ୍କର ପୋଷ୍ଟର ଏବଂ ହୋର୍ଡିଂ ଲଗାଇ ତାଙ୍କର ସ୍ୱାଗତ କରିଛନ୍ତି।

ସୂଚନା ଅନୁଯାୟୀ, ୧୯୮୮ ମସିହାରେ ସିଦ୍ଧୁ ତାଙ୍କ ବନ୍ଧୁଙ୍କ ସହ ମିଶି ଜଣେ ବ୍ୟକ୍ତିଙ୍କୁ ମାରପିଟ୍ କରିଥିଲେ । ଏହାପରେ ବ୍ୟକ୍ତିଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ହେଲେ ପୋଷ୍ଟମର୍ଟମ ରିପୋର୍ଟ ମୁତାବକ ସେହି ବ୍ୟକ୍ତିଙ୍କର ହୃଦଘାତରେ ମୃତ୍ୟୁ ହୋଇଥିଲା ।ଏହି ମାମଲାରେ ସିଦ୍ଧୁଙ୍କୁ ତଳକୋର୍ଟ ନିର୍ଦ୍ଦୋଷ ସାବ୍ୟସ୍ତ କରିଥିଲା । ହେଲେ ସମାନ ମାମଲାରେ ହାଇକୋର୍ଟ ସିଦ୍ଧୁଙ୍କୁ ୩ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଥିଲା । ଏହାପରେ ସିଦ୍ଧୁଙ୍କ ତରଫରୁ ହାଇକୋର୍ଟଙ୍କ ରାୟ ଉପରେ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା ।

ହେଲେ ୨୦୧୮ ମେ’୧୫ ତାରିଖରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ବଦଳାଇ ଦେଇଥିଲେ । ଏହି ମାମଲାରେ ସୁପ୍ରିମକୋର୍ଟ ସିଦ୍ଧୁଙ୍କ ଉପରେ ମାତ୍ର ୧ହଜାର ଟଙ୍କା ଜରିମାନା ଲଗାଇଥିଲେ ।ହେଲେ ମୃତକଙ୍କ ପରିବାର ଲୋକେ ୨୦୧୮ ମସିହାରେ ସୁପ୍ରିମକୋର୍ଟର ଏହି ରାୟ ଉପରେ ପୁଣିଥରେ ବିଚାର କରିବାକୁ ଆବେଦନ କରାଯାଇଥିଲା । ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ୨୦୨୨ ମେ’୧୯ ତାରିଖରେ ସିଦ୍ଧୁଙ୍କୁ ୧ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଥିଲା ଏହା ପୂର୍ବରୁ ୨୦୧୮ ମସିହାରେ ସୁପ୍ରିମକୋର୍ଟ ସିଦ୍ଧୁଙ୍କୁ ଏହି ମାମଲାରେ ଦୋଷମୁକ୍ତ କରିଥିଲେ । କିନ୍ତୁ ମାମଲାର ପୁନର୍ବିଚାର ପାଇଁ ପୀଡ଼ିତ ବ୍ୟକ୍ତିର ପରିବାର ନିବେଦନ କରିଥିଲେ ।

Leave A Reply

Your email address will not be published.