ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ,ରାଷ୍ଟ୍ରପତି ଓ ପ୍ରଧାନ ମନ୍ତ୍ରୀଙ୍କ ବାର୍ତ୍ତା

0

ଭୁବନେଶ୍ୱର: ଆଜି ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି | ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’। ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି | ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି।

ତେବେ ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ଓଡ଼ିଆ ଭାଷାରେ ଟୁଇଟ୍‌ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି: ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍‌ ଇଞ୍ଜିନ୍‌ ହେବାରେ ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍‌ କରି ଲେଖିଛନ୍ତି: ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର। ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି।

Leave A Reply

Your email address will not be published.