ପ୍ରମୁଖ ଖବର

୫୦ ଦିନ ପରେ ମୁକୁଳିଲେ ଅରବିନ୍ଦ କେଜ୍ରିୱାଲ, ସୁପ୍ରିମକୋର୍ଟ ଆଜି ଅପରାହ୍ନରେ କେଜ୍ରିୱାଲଙ୍କୁ ଜୁନ ୧ ଯାଏ ଜାମିନରେ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ
ଏହି ନିର୍ଦ୍ଦେଶ ପରେ କେଜ୍ରିୱାଲ ୫୦ ହଜାର ଟଙ୍କାର ବ୍ୟକ୍ତିଗତ ବଣ୍ଡ ଦାଖଲ କରି ଜେଲରୁ ଖଲାସ ହୋଇଛନ୍ତି
ଆଜି ପବିତ୍ର ଅକ୍ଷୟ ତୃତୀୟା,ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ
ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ, ଏହି ଅବସରରେ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ, ମା’ ଦୁର୍ଗା ଓ ବାସୁଦେବ ବିନ୍ଦୁସାଗରରେ ଖେଳିବେ ଚାପ
ସମ୍ବଲପୁର ଶୀତଳଷଷ୍ଠୀ; ଆଜି ଥାଳ ଉଠା ସହ କରାଯିବ କନ୍ୟା ମାତା ପିତା ଚୟନ
ଆଜିଠୁ ଖୋଲିବ କେଦାରନାଥ ଧାମ, ୪୦ କ୍ୱିଣ୍ଟାଲ ଫୁଲରେ ସଜା ହୋଇଛି ମନ୍ଦିର
ନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ,ରାଷ୍ଟ୍ରପତି ଓ ପ୍ରଧାନ ମନ୍ତ୍ରୀଙ୍କ ବାର୍ତ୍ତା

0

ଭୁବନେଶ୍ୱର: ଆଜି ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି | ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’। ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି | ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି।

ତେବେ ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ଓଡ଼ିଆ ଭାଷାରେ ଟୁଇଟ୍‌ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି: ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍‌ ଇଞ୍ଜିନ୍‌ ହେବାରେ ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍‌ କରି ଲେଖିଛନ୍ତି: ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର। ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି।

Leave A Reply

Your email address will not be published.