ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଆଜିଠୁ ଆରମ୍ଭ ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ “ପଖାଳ ଉତ୍ସବ”

0

ଭୁବନେଶ୍ୱର, ଓଡିଶାର ପାରମ୍ପରିକ ଖାଦ୍ୟ “ପଖାଳ” ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଘରେ ବେଶ ଆଦୃତ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି। ଏକ ଗ୍ରାମୀଣ ପରିବେଶରେ ସହରୀ ଲୋକଙ୍କୁ ପଖାଳ ପରଷିବାକୁ ଯୋଜନା କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) । ଏହି ଖାଦ୍ୟକୁ ଅଧିକ ମାତ୍ରାରେ ପ୍ରସାରିତ ଓ ଆଦୃତ କରିବା ପାଇଁ ସୋଆ ପକ୍ଷରୁ ଏପ୍ରିଲ୍ ୧ ରୁ ୫ ତାରିଖ ପର୍ଯ୍ୟନ୍ତ “ପଖାଳ ଉତ୍ସବ”ର ଆୟୋଜନ କରାଯାଇଛି ।

ଏହି ଉତ୍ସବରେ ଅତିଥିମାନଙ୍କୁ ପଖାଳ ସହିତ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଓଡ଼ିଆ ବ୍ୟଞ୍ଜନ ମଧ୍ୟ ପରଷା ଯିବ। ଓଡିଶାର ଗ୍ରାମୀଣ ସଂସ୍କୃତି, ପରମ୍ପରା, ଖାଦ୍ୟରୁଚି, ଜୀବନ ଚର୍ଯ୍ୟାର ଏକ ଜୀବନ୍ତ ଉପସ୍ଥାପନା ଏହି ପଖାଳ ଉତ୍ସବରେ ଅନୁଭୂତ ହେବ । ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟର ଡିନ୍ ପ୍ରଫେସର (ଡକ୍ଟର) ଅନୁପ କୁମାର ସାମନ୍ତରାୟଙ୍କ ତତ୍ୱାବଧାନ ଓ ସମସ୍ତ ଫାକଲ୍ଟି ମେମ୍ବର, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସହଯୋଗରେ ଏହି ବିଶେଷ ଉତ୍ସବ ଅନୁଷ୍ଠିତ ହେବ ।

ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଓଡିଆଙ୍କ ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ପଖାଳ ଉତ୍ସବ ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପ୍ରଫେସର ସାମନ୍ତରାୟ କହିଛନ୍ତି । ଅତିଥିମାନଙ୍କୁ ଏସ୍‌ଏଚ୍‌ଏମ୍ ର ରେଷ୍ଟୁରାଂଟ ପରିସରରେ ୫ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହାର ମୂଲ୍ୟ ୨୨୦ ଟଙ୍କା ରଖାଯାଇଛି ।

ଏହି ପଖାଳ ଉତ୍ସବରେ ପାରମ୍ପରିକ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଲେମ୍ବୁ ପଖାଳ, ଆମ୍ବ ପଖାଳ ସହିତ ପଖାଳ ଭାତକୁ ସୁହାଇଲା ଭଳି ବିଭିନ୍ନ ପ୍ରକାର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଖଇଙ୍ଗା ଶୁଖୁଆ ଭଜା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭରତା, ଗୋଟା କଲରା ଭଜା, କଖାରୁ ଫୁଲ ପିଠଉ, ଶାଗ ବଡି ଭଜା ଓ ବଡି ଚୁରା ଇତ୍ୟାଦି ପରିବେଷଣ କରାଯିବ ।

Leave A Reply

Your email address will not be published.