ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

0

ଭୁବନେଶ୍ବର; ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ। ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ବିକ୍ରିର ଶୁଭାରମ୍ଭ କରିବେ । ସୂଚନା ଅନୁସାରେ, ଗତ ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବାକୁ ସ୍ଥିର ହୋଇଥିଲା ।

କିନ୍ତୁ କୌଣସି କାରଣରୁ ଏହା ସମ୍ଭବ ହୋଇପାରିନଥିଲା । କିନ୍ତୁ ଆସନ୍ତା ମାସରେ ଭୁବନେଶ୍ୱରରୁ ଦୁବାଇ ବିମାନ ଚଳାଚଳ ଆରମ୍ଭ ହେବ । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଟି-୨ ଟର୍ମିନାଲର ନବୀକରଣ କାମ ମେ’ ମାସରେ ଶେଷ ହେବ । ଏହାକୁ ଦୃଷ୍ଟିରେ ରଖି ମେ’ ୧୫ରେ ଦୁବାଇକୁ ବିମାନ ଉଡ଼ାଣ ଆରମ୍ଭ ହେବ । ଏନେଇ ଇଣ୍ଡିଗୋ ଏୟାର୍ ଲାଇନ୍ସ ସହ ରାଜ୍ୟ ସରକାର ଚୁକ୍ତି ସ୍ୱାକ୍ଷର କରିଛନ୍ତି ।

Leave A Reply

Your email address will not be published.