ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ ରାସ୍ତାରେ ଦୁର୍ଘଟଣା

0

ନୂଆଦିଲ୍ଲୀ; ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ୍ ମୁଖ୍ୟ ରାସ୍ତାରେ ଥିବା ଶେରଗଡି ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଥିବା କଥା ସାମ୍ନାକୁ ଆସିଛି। ଏହି ରାଜପଥରେ ଏକ ବସ୍ ନିୟନ୍ତ୍ରଣ ହରାଇ ଖାତକୁ ଖସିପଡିଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପ୍ରଶାସନ, ପୁଲିସ, ଆଇଟିବିପି ଯବାନ, ଫାୟାର ବ୍ରିଗେଡ, ୧୦୮ ଆମ୍ବୁଲାନ୍ସ ସହିତ ସ୍ୱାସ୍ଥ୍ୟ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆହତମାନଙ୍କୁ ଖାତରୁ ବାହାର କରି ସ୍ଥାନୀୟ ଡାକ୍ତରଖାନାକୁ ପଠାଯାଉଛି।

ସୂଚନାନୁସାରେ, ଏହି ବସ୍ ଡେରାଡୁନ୍ ଆଡକୁ ଯାଉଥିବା ବେଳେ ଶେରଗଡି ନିକଟରେ ନିୟନ୍ତ୍ରଣ ହରାଇ ଖାତକୁ ଖସିପଡ଼ିଥିଲା। ସୂଚନା ପାଇବା ପରେ ଉଦ୍ଧାରକାରୀ ଟିମ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ବସ୍‌ରେ କେତେ ଜଣ ଯାତ୍ରୀ ଥିଲେ, ତା’ର ସୂଚନା ମିଳିନାହିଁ। ୧୫୦ଫୁଟ ଗଭୀର ଖାତରୁ ୨୬ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ କିଛି ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ତେଣୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

Leave A Reply

Your email address will not be published.