ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ ରାସ୍ତାରେ ଦୁର୍ଘଟଣା

0

ନୂଆଦିଲ୍ଲୀ; ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ୍ ମୁଖ୍ୟ ରାସ୍ତାରେ ଥିବା ଶେରଗଡି ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଥିବା କଥା ସାମ୍ନାକୁ ଆସିଛି। ଏହି ରାଜପଥରେ ଏକ ବସ୍ ନିୟନ୍ତ୍ରଣ ହରାଇ ଖାତକୁ ଖସିପଡିଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପ୍ରଶାସନ, ପୁଲିସ, ଆଇଟିବିପି ଯବାନ, ଫାୟାର ବ୍ରିଗେଡ, ୧୦୮ ଆମ୍ବୁଲାନ୍ସ ସହିତ ସ୍ୱାସ୍ଥ୍ୟ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆହତମାନଙ୍କୁ ଖାତରୁ ବାହାର କରି ସ୍ଥାନୀୟ ଡାକ୍ତରଖାନାକୁ ପଠାଯାଉଛି।

ସୂଚନାନୁସାରେ, ଏହି ବସ୍ ଡେରାଡୁନ୍ ଆଡକୁ ଯାଉଥିବା ବେଳେ ଶେରଗଡି ନିକଟରେ ନିୟନ୍ତ୍ରଣ ହରାଇ ଖାତକୁ ଖସିପଡ଼ିଥିଲା। ସୂଚନା ପାଇବା ପରେ ଉଦ୍ଧାରକାରୀ ଟିମ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ବସ୍‌ରେ କେତେ ଜଣ ଯାତ୍ରୀ ଥିଲେ, ତା’ର ସୂଚନା ମିଳିନାହିଁ। ୧୫୦ଫୁଟ ଗଭୀର ଖାତରୁ ୨୬ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ କିଛି ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ତେଣୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

Leave A Reply

Your email address will not be published.