ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା

0

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା । ଆଷ୍ଟ୍ରୋନଟ କ୍ରିଷ୍ଟିନା ହାମୋକ କୋଚଙ୍କ ନାମ ଘୋଷଣା କରିଛି ନାସା । ଆସନ୍ତା ବର୍ଷ ଆର୍ଟେମିସ-୨ ମିସନରେ କ୍ରିଷ୍ଟିନା ସାମିଲ ହେବେ ବୋଲି ନାସା କହିଛି । ଓରିଅନ ସ୍ପେସକ୍ରାଫ୍ଟ ଜରିଆରେ ଚନ୍ଦ୍ର ଅଭିଯାନରେ ସାମିଲ ହେବେ କ୍ରିଷ୍ଟିନାଙ୍କ ସମେତ ୪ ମହାକାଶଚାରୀ । ବର୍ତ୍ତମାନ ସୁଦ୍ଧା କେବଳ ପୁରୁଷ ମହାକାଶଚାରୀମାନେ ଚନ୍ଦ୍ରକୁ ଯାଇଛନ୍ତି ।

କ୍ରିଷ୍ଟିନାଙ୍କ ସହ ଅନ୍ୟ ଯେଉଁ ୩ ମହାକାଶଚାରୀଙ୍କ ନାମ ଘୋଷଣା କରାଯାଇଛି ସେମାନେ ହେଲେ- ଜେରେମି ହାନସେନ, ଭିକ୍ଟର ଗ୍ଲୋଭର ଓ ରେଡ୍ ଓ୍ବାଇଜମ୍ୟାନ । ସେମାନେ ୧୦ ଦିନ ଲାଗି ଚନ୍ଦ୍ର ପୃଷ୍ଠକୁ ଯିବେ । ମହାକାଶଚାରୀ ଖ୍ରୀଷ୍ଟିନା ୨୦୧୩ରେ ନାସାରେ ଜଣେ ଫ୍ଲାଇଟ୍ ଇଞ୍ଜିନିୟର ଭାବେ ଯୋଗଦେଇଥିଲେ । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ମଧ୍ୟ ସେ ପୂର୍ବରୁ କାମ କରିସାରିଛନ୍ତି । ଏହାସହ ମହାକାଶରେ ୩୨୮ ଦିନ କାଟିବାର ଅଭିଜ୍ଞତା ରହିଛି ତାଙ୍କ ପାଖରେ । ଆପୋଲୋ ମିଶନ ପରେ ଏହା ଚନ୍ଦ୍ରକୁ ମଣିଷର ଦ୍ୱିତୀୟ ଅଭିଯାନ ହେବ । ୧୯୭୨ରେ ଆପୋଲୋ ମିଶନ କରାଯାଇଥିଲା ।

Leave A Reply

Your email address will not be published.