ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡିଶାରୁ ୩ଜଣ ପାଇଲେ ପଦ୍ମଶ୍ରୀ ସମ୍ମାନ

0

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ତିନି ଜଣ ବ୍ୟକ୍ତି ବିଶେଷଙ୍କୁ ଆଜି ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତା’ମଧ୍ୟରେ ରହିଛନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।ଉଲ୍ଲେଖ ଥାଉ କି ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ର ଜଣେ ପ୍ରତିଷ୍ଠିତ ଓଡ଼ିଆ ସାହିତ୍ୟିକ, ବିଶିଷ୍ଟ ସ୍ତମ୍ଭକାର ଏବଂ ଗବେଷକ। ସେ ପ୍ରାୟ ପାଞ୍ଚ ଦଶନ୍ଧି ଧରି ଓଡ଼ିଆ ଭାଷା, ବ୍ୟାକରଣ, ସଂସ୍କୃତି ଓ ଇତିହାସ ଅଧ୍ୟୟନରେ ଯୋଗଦାନ ଦେଇଆସୁଛନ୍ତି। ନିଜେ ଜଣେ ଦିବ୍ୟାଙ୍ଗ ହୋଇଥିବା ସତ୍ତ୍ୱେ, ସେ ଓଡ଼ିଆକୁ ଏକ ଶାସ୍ତ୍ରୀୟ ଭାଷା ମାନ୍ୟତା ଦେବା ଲାଗି କ୍ରମାଗତ ଭାବେ ଭିନ୍ନ ଭିନ୍ନ ଗବେଷଣା ନିବନ୍ଧ ଓ ପୁସ୍ତକ ଲେଖିଛନ୍ତି।

ଓଡ଼ିଆ ଭାଷା ଉପରେ ତାଙ୍କର ଅଧିକାଂଶ ବିଚାର, ଗବେଷଣା କାର୍ଯ୍ୟ ଏବଂ ରଚନା ଅନ୍ୟ ବୌଦ୍ଧିକ ଗବେଷଣା ବିଦ୍ୱାନ ଏବଂ ଓଡ଼ିଆ ପ୍ରେମୀଙ୍କ ଆଖି ଖୋଲିଦେଇଥିଲା ସେହିପରି ଡକ୍ଟର କ୍ରିଷ୍ଣା ପଟେଲ ଜଣେ ଲୋକପ୍ରିୟ ଏବଂ ବହୁମୁଖୀ ଲୋକଗାୟିକା। ସେ ୧୯୭୮ମସିହାରେ ନିଜର ସର୍ବାଦୃତ ସମ୍ବଲପୁରୀ ଗୀତ ‘ରଙ୍ଗବତୀରଙ୍ଗବତୀ’ ମାଧ୍ୟମରେ ସମ୍ବଲପୁରୀ ଲୋକ ସଙ୍ଗୀତକୁ ସାରା ବିଶ୍ୱରେ ଲୋକପ୍ରିୟ କରାଇପାରିଥିଲେ। ସେହିପରି ପଟାୟତ କୁମାର ସାହୁ ପେସାରେ ଜଣେ ବୈଦ୍ୟ। ଆୟୁର୍ବେଦ ଔଷଧ ପ୍ରସ୍ତୁତ କରିବା ଏବଂ ଔଷଧୀୟ ବୃକ୍ଷରୋପଣ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶାରେ ସେ ବିଶେଷ ଲୋକପ୍ରିୟ।

Leave A Reply

Your email address will not be published.