ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଓଡିଶାରୁ ୩ଜଣ ପାଇଲେ ପଦ୍ମଶ୍ରୀ ସମ୍ମାନ

0

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ତିନି ଜଣ ବ୍ୟକ୍ତି ବିଶେଷଙ୍କୁ ଆଜି ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତା’ମଧ୍ୟରେ ରହିଛନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।ଉଲ୍ଲେଖ ଥାଉ କି ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ର ଜଣେ ପ୍ରତିଷ୍ଠିତ ଓଡ଼ିଆ ସାହିତ୍ୟିକ, ବିଶିଷ୍ଟ ସ୍ତମ୍ଭକାର ଏବଂ ଗବେଷକ। ସେ ପ୍ରାୟ ପାଞ୍ଚ ଦଶନ୍ଧି ଧରି ଓଡ଼ିଆ ଭାଷା, ବ୍ୟାକରଣ, ସଂସ୍କୃତି ଓ ଇତିହାସ ଅଧ୍ୟୟନରେ ଯୋଗଦାନ ଦେଇଆସୁଛନ୍ତି। ନିଜେ ଜଣେ ଦିବ୍ୟାଙ୍ଗ ହୋଇଥିବା ସତ୍ତ୍ୱେ, ସେ ଓଡ଼ିଆକୁ ଏକ ଶାସ୍ତ୍ରୀୟ ଭାଷା ମାନ୍ୟତା ଦେବା ଲାଗି କ୍ରମାଗତ ଭାବେ ଭିନ୍ନ ଭିନ୍ନ ଗବେଷଣା ନିବନ୍ଧ ଓ ପୁସ୍ତକ ଲେଖିଛନ୍ତି।

ଓଡ଼ିଆ ଭାଷା ଉପରେ ତାଙ୍କର ଅଧିକାଂଶ ବିଚାର, ଗବେଷଣା କାର୍ଯ୍ୟ ଏବଂ ରଚନା ଅନ୍ୟ ବୌଦ୍ଧିକ ଗବେଷଣା ବିଦ୍ୱାନ ଏବଂ ଓଡ଼ିଆ ପ୍ରେମୀଙ୍କ ଆଖି ଖୋଲିଦେଇଥିଲା ସେହିପରି ଡକ୍ଟର କ୍ରିଷ୍ଣା ପଟେଲ ଜଣେ ଲୋକପ୍ରିୟ ଏବଂ ବହୁମୁଖୀ ଲୋକଗାୟିକା। ସେ ୧୯୭୮ମସିହାରେ ନିଜର ସର୍ବାଦୃତ ସମ୍ବଲପୁରୀ ଗୀତ ‘ରଙ୍ଗବତୀରଙ୍ଗବତୀ’ ମାଧ୍ୟମରେ ସମ୍ବଲପୁରୀ ଲୋକ ସଙ୍ଗୀତକୁ ସାରା ବିଶ୍ୱରେ ଲୋକପ୍ରିୟ କରାଇପାରିଥିଲେ। ସେହିପରି ପଟାୟତ କୁମାର ସାହୁ ପେସାରେ ଜଣେ ବୈଦ୍ୟ। ଆୟୁର୍ବେଦ ଔଷଧ ପ୍ରସ୍ତୁତ କରିବା ଏବଂ ଔଷଧୀୟ ବୃକ୍ଷରୋପଣ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶାରେ ସେ ବିଶେଷ ଲୋକପ୍ରିୟ।

Leave A Reply

Your email address will not be published.