ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ

0

ଭୁବନେଶ୍ବର: ଏବେ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଛି । ରିପୋର୍ଟ ମୁତାବକ ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଣୁ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୩୫୯କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳୁଛି। ତେବେ ଦେଶ ଓ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବୃଦ୍ଧି କରାଯାଇଛି । ଅଧିକ ଟେଷ୍ଟିଂ ହେଉଥିବାରୁ ଆଗକୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି, ଆସନ୍ତା ୧୦ ଓ ୧୧ତାରିଖ ଦୁଇଦିନ ମକ ଡ୍ରିଲ୍ ହେବ । ଯେଉଁମାନଙ୍କ ପାଖରେ କରୋନା ଲକ୍ଷଣ ଅଛି, ସେମାନେ କରୋନା ଟେଷ୍ଟ କରିବାକୁ ସ୍ବାସ୍ଥ୍ୟ ବିଭାଗ ଅପିଲ କରିଛି । ପୂର୍ବ ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେଣୁ ଭୟଭୀତ ନହୋଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ଅପିଲ କରିଛି ।

Leave A Reply

Your email address will not be published.