ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ

0

ଭୁବନେଶ୍ବର: ଏବେ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଛି । ରିପୋର୍ଟ ମୁତାବକ ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଣୁ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୩୫୯କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳୁଛି। ତେବେ ଦେଶ ଓ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବୃଦ୍ଧି କରାଯାଇଛି । ଅଧିକ ଟେଷ୍ଟିଂ ହେଉଥିବାରୁ ଆଗକୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି, ଆସନ୍ତା ୧୦ ଓ ୧୧ତାରିଖ ଦୁଇଦିନ ମକ ଡ୍ରିଲ୍ ହେବ । ଯେଉଁମାନଙ୍କ ପାଖରେ କରୋନା ଲକ୍ଷଣ ଅଛି, ସେମାନେ କରୋନା ଟେଷ୍ଟ କରିବାକୁ ସ୍ବାସ୍ଥ୍ୟ ବିଭାଗ ଅପିଲ କରିଛି । ପୂର୍ବ ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେଣୁ ଭୟଭୀତ ନହୋଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ଅପିଲ କରିଛି ।

Leave A Reply

Your email address will not be published.