ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

0

ଭୁବନେଶ୍ବର: ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢାଇଲେ ରାଜ୍ୟ ସରକାର । ମଜୁରୀରେ ୧୨ଟଙ୍କା ବୃଦ୍ଧି କରିଛନ୍ତି ସରକାର । ଏନେଇ ଶ୍ରମ ଆୟୁକ୍ତଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୩୩ରୁ ୩୪୫ ଟଙ୍କାକୁ ବୃଦ୍ଧି ହୋଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୭୩ରୁ ୩୮୫ ଟଙ୍କାକୁ ବୃଦ୍ଧି ହୋଇଛି ।

ସେହିପରି କୁଶଳୀ ଶ୍ରମିକଙ୍କ ମଜୁରୀ ୪୨୩ରୁ ୪୩୫ଟଙ୍କାକୁ ବୃଦ୍ଧି ପାଇଛି । ଅତି କୁଶଳୀ ଶ୍ରମିକଙ୍କ ମଜୁରୀ ୪୮୩ରୁ ୪୯୫ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୧ଏପ୍ରିଲ ୨୦୨୩ରୁ ଏହା ଲାଗୁ କରାଯାଇଛି ।

Leave A Reply

Your email address will not be published.