ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଛାତ୍ରଛାତ୍ରୀଙ୍କ ପାଇଁ ଆଇନ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ

0

ଭୁବନେଶ୍ୱର, ୭/୦୪: ଆଇନ୍‌ର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନ୍‌ଜୀବିଙ୍କ ବୃତିରେ ଅନେକ ପରିବର୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ ଆଇନ୍‌ଜୀବି ତଥା ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି ଶ୍ରୀ ଗୋପାଳ କୃଷ୍ଞ ମହାନ୍ତି ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଫ୍ୟାକଲ୍ଟି ଅଫ୍ ଲ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ର ସପ୍ତମ ବାର୍ଷିକ ଉତ୍ସବ “ଜଷ୍ଟିସିଆ-୨୦୨୩”ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ମହାନ୍ତି ଏହା କହିଛନ୍ତି । ସେହିପରି ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଓଡ଼ିଶା ହାଇକୋର୍ଟର ଆଇନ୍‌ଜୀବି ଶ୍ରୀ ଶାଶ୍ୱତ କୁମାର ଆଚାର୍ଯ୍ୟ ଆଇନ୍‌ଗତ ପେସାର ବିଭିନ୍ନ ଦିଗ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ । ସେ କହିଥିଲେ ଯେ ଛାତ୍ରଛାତ୍ରୀମାନଙ୍କ ନିକଟରେ ବର୍ତମାନ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଯୁବାବସ୍ଥା ଓ ସମୟ । ତେଣୁ ଯୁବାବସ୍ଥାରେ ନିଜର ସମସ୍ତ ଶକ୍ତି ଓ ହାତରେ ଥିବା ସମୟର ଉପଯୁକ୍ତ ବିନିଯୋଗ କରିବାର ଆବଶ୍ୟକତା ରହିଛି ।

ସେହିପରି ମୁଟ୍ କୋର୍ଟ, ଇନ୍‌ଟର୍ଣ୍ଣସିପ୍‌, ମକ୍ ଟ୍ରାଏଲ୍‌, ପାର୍ଲାମେଂଟାରୀ ଡିବେଟ୍ ଛାତ୍ରଛାତ୍ରୀଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ବୋଲି ଶ୍ରୀ ଆଚାର୍ଯ୍ୟ କହିଥିଲେ । ବର୍ତମାନ ସମୟରେ ଆଇନ୍ ସାମ୍ବାଦିକତାର ଗୁରୁତ୍ୱ ସମ୍ପର୍କରେ ମଧ୍ୟ ଛାତ୍ରଛାତ୍ରୀମାନଙ୍କୁ ସେ ଅବଗତ କରାଇଥିଲେ । ସେହିପରି ନିଜ କ୍ୟାରିୟର ଗଢ଼ିବା ପାଇଁ ଉପଯୁକ୍ତ ପ୍ରସ୍ତୁତି, କଠିନ ପରିଶ୍ରମ, ଜ୍ଞାନ ଆହରଣ ନିମନ୍ତେ ଇଚ୍ଛାଶକ୍ତି, କୋର୍ଟରେ ବିଚାରପତି ଓ ଯେଉଁ ପକ୍ଷଙ୍କ ନିମନ୍ତେ ମାମଲା ଲଢ଼ୁଛନ୍ତି ସେମାନଙ୍କ ପ୍ରତି ଅନୁରକ୍ତି ରହିବା ଆବଶ୍ୟକ ବୋଲି ଶ୍ରୀ ଆଚାର୍ଯ୍ୟ କହିଥିଲେ ।

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ନିଲ୍‌ର ଡିନ୍ ପ୍ରଫେସର ଏସ୍‌.ଏ.କେ. ଆଜାଦ ଅତିଥି ପରିଚୟ ପ୍ରଦାନ କରିଥିଲେ । କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କର ଭୂମିକା ଓ ଭବିଷ୍ୟତ ସମ୍ପର୍କରେ ଉପଦେଶ ଦେବା ସହ ସୋଆ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ । ସେହିପରି ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସ୍ନିଲ୍‌ର ଉପଦେଷ୍ଟା ତଥା ସିନିୟର ପ୍ରଫେସର (ଡକ୍ଟର) ଜୟଦେବ ପତି, ସିନିୟର ପ୍ରଫେସର (ଡକ୍ଟର) ପ୍ରବୀର କୁମାର ପଟ୍ଟନାୟକ ବକ୍ତବ୍ୟ ରଖିଥିଲେ ।

Leave A Reply

Your email address will not be published.