ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର, ଏପ୍ରିଲ୍ ୮: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।

ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ ଖାରବେଳ-କଳିଙ୍ଗନଗର ଓ ସୋଆ ପକ୍ଷରୁ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ରୋଟାରୀ କ୍ଲବ ଖାରବେଳ, କଳିଙ୍ଗନଗରର ସଭାପତି ରୋଟାରିଆନ୍ ଲେଫ୍‌ଟନାଂଟ କର୍ନେଲ ଏସ୍‌. ଜଗନ୍ନାଥ ରାଓ, ସମ୍ପାଦକ ରୋଟାରିଆନ୍ ଦିଲୀପ କୁମାର ଜେନା, ପିଡିଜି ଶିବବ୍ରତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଆସନ୍ତା ଏପ୍ରିଲ୍ ୨୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଜି-୨୦ ଦେଶର ପ୍ରତିନିଧିମାନେ ଭୁବନେଶ୍ୱରରେ ଆୟୋଜତ ହେବାକୁ ଥିବା ତୃତୀୟ ଏଜୁକେସନ୍ ୱାର୍କିଂ ଗ୍ରୁପ୍ବୈ ଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଏହି ପରିପ୍ରେକ୍ଷୀରେ ଓଡ଼ିଶାର ୩୦ ଟି ଜିଲ୍ଲାରେ ଜନଭାଗୀଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏଥି ନିମନ୍ତେ ସୋଆକୁ ଆଙ୍କର ଅନୁଷ୍ଠାନ ଭାବେ ମନୋନୀତ କରାଯାଇଥିବା ବେଳେ ବଲାଙ୍ଗୀର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମ ନେଇ ସୋଆକୁ ଦାୟିତ୍ୱ ଦିଆଯାଇଥିବା ବେଳେ ଶନିବାର ମଧ୍ୟ ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Leave A Reply

Your email address will not be published.