ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

0

ଭୁବନେଶ୍ବର; ହନିଟ୍ରାପ୍ ତଥା ବ୍ଲାକମେଲ ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ଆଜି ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ହାଇକୋର୍ଟ। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ। ତେବେ ତଦନ୍ତରେ ସହଯୋଗ କରିବା, ବାହାରକୁ ନଯିବାକୁ, ସାକ୍ଷୀଙ୍କୁ ପ୍ରଭାବତି ନ କରିବା ପାଇଁ କୋର୍ଟ ଅର୍ଚ୍ଚନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଏବେ ଝାରପଡ଼ା ଜେଲରେ ଅଛନ୍ତି। ତାଙ୍କ ବିରୋଧରେ ଆଉ ଦୁଇଟି ମାମଲା ରହିଥିବାରୁ ସେ ଜେଲ୍‌ରୁ ବାହାରିପାରିବେ ନାହିଁ। ମାମଲାର ମୁଖ୍ୟ ସୂତ୍ରଧର ଶ୍ରଦ୍ଧାଞ୍ଚଳି ବେହେରା କରିଥିବା ଏତଲା ଆଧାରରେ ଖଣ୍ଡଗିରି ଥାନାରେ ହୋଇଥିବା ମାମଲା ଓ ଇଡି ପକ୍ଷରୁ ଚାଲିଥିବା ତଦନ୍ତ ମାମଲା ଏବେ ବି କୋର୍ଟରେ ବିଚାରାଧୀନ ରହିଛି।

ଏହି ମାମଲାରେ ପୂର୍ବରୁ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ଜାମିନ୍ ମିଳିସାରିଛି। ସେପଟେ ଅର୍ଚ୍ଚନା ଯେଉଁ ଶ୍ରଦ୍ଧାଞ୍ଜଳିଙ୍କୁ ବ୍ୟବହାର କରି ହନିଟ୍ରାପ୍‌ ସାମ୍ରାଜ୍ୟର କାୟା ବିସ୍ତାର କରିଥିଲେ, ତାହାର ତଦନ୍ତ ମଧ୍ୟ ବିଶେଷ ଅଗ୍ରଗତ କରିନି। ଆସନ୍ତା ୨୪ ତାରିଖରେ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟରେ ହାଜର ହେବାକୁ ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.