ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଭରିବେ ଦିପାଳୀ

0

ଝାରସୁଗୁଡା: ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ସେପଟେ ଆସନ୍ତା ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଭରିବେ। ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଆସନ୍ତାକାଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ତେବେ ଉପ-ନିର୍ବାଚନ ପାଇଁ ଉଭୟ ବିଜେପି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ନିଜର ପ୍ରାର୍ଥୀ ଏଯାଏଁ ଘୋଷଣା କରିନି ।

ଉଭୟ କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ବିଜେପି ଏଯାଏଁ ନିଜର ପ୍ରାର୍ଥୀ ଘୋଷଣା କରିନି । ଖୁବଶୀଘ୍ର ଦଳୀୟ ପ୍ରାର୍ଥୀ ଘୋଷଣା କରାଯିବ ବୋଲି ଦଳୀୟ ବିଧାୟକ ସୁବାସ ପାଣିଗ୍ରାହୀ କହିଥିଲେ । କିନ୍ତୁ ପ୍ରାର୍ଥୀ ଘୋଷଣାରେ ବିଳମ୍ବ କାରଣରୁ ଝାରସୁଗୁଡା ପାଇଁ କିଏ ଦଳୀୟ ପ୍ରାର୍ଥୀ ହେବ ତାହାକୁ ନେଇ ଚୂଡାନ୍ତ ନିଷ୍ପତ୍ତି ହୋଇପାରୁନଥିବା ଚର୍ଚ୍ଚା ହେଉଛି । ଆସନ୍ତା ମେ’ ୧୦ରେ ଝାରସୁଗୁଡା ପାଇଁ ଉପ-ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ରେ ଫଳାଫଳ ଆସିବ । ଏହି ଝାରସୁଗୁଡା ଆସନକୁ ଅକ୍ତିଆର କରିବାକୁ ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।

Leave A Reply

Your email address will not be published.