ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଭରିବେ ଦିପାଳୀ

0

ଝାରସୁଗୁଡା: ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ସେପଟେ ଆସନ୍ତା ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଭରିବେ। ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଆସନ୍ତାକାଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ତେବେ ଉପ-ନିର୍ବାଚନ ପାଇଁ ଉଭୟ ବିଜେପି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ନିଜର ପ୍ରାର୍ଥୀ ଏଯାଏଁ ଘୋଷଣା କରିନି ।

ଉଭୟ କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ବିଜେପି ଏଯାଏଁ ନିଜର ପ୍ରାର୍ଥୀ ଘୋଷଣା କରିନି । ଖୁବଶୀଘ୍ର ଦଳୀୟ ପ୍ରାର୍ଥୀ ଘୋଷଣା କରାଯିବ ବୋଲି ଦଳୀୟ ବିଧାୟକ ସୁବାସ ପାଣିଗ୍ରାହୀ କହିଥିଲେ । କିନ୍ତୁ ପ୍ରାର୍ଥୀ ଘୋଷଣାରେ ବିଳମ୍ବ କାରଣରୁ ଝାରସୁଗୁଡା ପାଇଁ କିଏ ଦଳୀୟ ପ୍ରାର୍ଥୀ ହେବ ତାହାକୁ ନେଇ ଚୂଡାନ୍ତ ନିଷ୍ପତ୍ତି ହୋଇପାରୁନଥିବା ଚର୍ଚ୍ଚା ହେଉଛି । ଆସନ୍ତା ମେ’ ୧୦ରେ ଝାରସୁଗୁଡା ପାଇଁ ଉପ-ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ରେ ଫଳାଫଳ ଆସିବ । ଏହି ଝାରସୁଗୁଡା ଆସନକୁ ଅକ୍ତିଆର କରିବାକୁ ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।

Leave A Reply

Your email address will not be published.