ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ କୁଇଜ ପ୍ରତିଯୋଗିତା ଆୟୋଜିତ

0

ଭୁବନେଶ୍ୱର,୧୨/୦୪: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ଆୟୋଜିତ ଏକ କୁଇଜ ପ୍ରତିଯୋଗିତାରେ ଇସିକା ଅଗ୍ରୱାଲ୍‌, ଶିବମ୍ ଓ ଜୟନ୍ତ କୁମାରଙ୍କୁ ନେଇ ଗଠିତ ଟିମ୍ ବିଜୟୀ ହୋଇଛି ।

ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ପ୍ରିଭେଂଟିଭ୍ ଆଣ୍ଡ ସୋସିଆଲ୍ ମେଡିସିନ୍ (ଆଇଏପିଏସ୍‌ଏମ୍‌) ପକ୍ଷରୁ ଜାତୀୟ ସ୍ତରରେ ଏହି କୁଇଜର ଆୟୋଜନ କରାଯାଇଥିଲା । ଏହି ହସ୍ପିଟାଲ୍‌ରେ ଏପ୍ରିଲ୍ ୭ ତାରିଖରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଦୁଇଟି ପର୍ଯ୍ୟାୟରେ ଏହା ଆୟୋଜନ କରାଯାଇଥିଲା । ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଛାତ୍ରଛାତ୍ରୀଙ୍କୁ ନେଇ ତିନି ସଦସ୍ୟ ବିଶିଷ୍ଟ ୧୪ ଟି ଟିମ୍ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଏପ୍ରିଲ୍ ୩ ତାରିଖରେ ଏଲିମିନେସନ୍ ରାଉଣ୍ଡ କରାଯାଇଥିବା ବେଳେ ୪ଟି ଟିମ୍ ଫାଇନାଲକୁ ଉତୀର୍ଣ୍ଣ ହୋଇଥିଲେ ବୋଲି କମ୍ୟୁନିଟି ମେଡିସିନ୍ ବିଭାଗର ଆସୋସିଏଟ୍ ପ୍ରଫେସର ଡାକ୍ତର ବିକାଶ ଚନ୍ଦ୍ର ନାୟକ କହିଥିଲେ ।

ଏପ୍ରିଲ୍ ୧୦ ତାରିଖରେ କୁଇଜ୍‌ର ଫାଇନାଲ୍ ରାଉଣ୍ଡ ଆୟୋଜନ କରାଯାଇଥିବା ବେଳେ ଡାକ୍ତର ନାୟକ କୁଇଜ ମାଷ୍ଟର ଭାବେ ଦାୟିତ୍ୱ ତୁଲାଇଥିଲେ । ଏହି ଫାଇନାଲ୍ ରାଉଣ୍ଡରେ ୨୫୦ ଜଣ ମେଡିକାଲ୍ ଛାତ୍ରଛାତ୍ରୀଙ୍କ ସହିତ ୩୦ ଜଣ ଫ୍ୟାକଲ୍ଟି ଭାଗ ନେଇଥିଲେ । ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଏବଂ କମ୍ୟୁନିଟି ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ସୁମିତ୍ରା ପଟ୍ଟନାୟକ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ ।

Leave A Reply

Your email address will not be published.