ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅସହ୍ୟ ତାତିରେ ଓଡିଶାବାସୀ କଲବଲ

0

ଭୁ‌ବନେଶ୍ବର: ଆକାଶରୁ ଖସୁଛି ନିଆଁ। ସବୁଆଡେ ପ୍ରବଳ ଖରା ଅନୁଭୁତ ହେଉଛି। ଆଜି ଦିନ ୨ଟା ୩୦ ସୁଦ୍ଧା ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ତାପମାତ୍ରା ଝାରସୁଗୁଡ଼ାବାସୀଙ୍କୁ ଅଧିକ ଅସ୍ତବ୍ୟସ୍ତ କରିଛି। ଝାରସୁଗୁଡ଼ାରେ ଆଜି ଦିନ ୨ଟା ୩୦ ମିନିଟରେ ତାପମାତ୍ରା ୪୨.୪ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦିନ ୨ଟା ୩୦ ମିନିଟରେ ସମ୍ବଲପୁରରେ ୪୧.୮ ଡ଼ିଗ୍ରି, ହୀରାକୁଦରେ ୪୦.୪ ଡ଼ିଗ୍ରି, ଚାନ୍ଦବାଲିରେ ୩୯.୬ ଡ଼ିଗ୍ରି, ଭୁବନେଶ୍ୱରରେ ୩୯.୪  ଡ଼ିଗ୍ରି, କେନ୍ଦୁଝରରେ ୩୮ ଡ଼ିଗ୍ରି, ବାଲେଶ୍ୱରରେ ୩୭.୨   ଡ଼ିଗ୍ରି, ପୁରୀରେ ୩୫.୨ ଡ଼ିଗ୍ରି ଓ ଗୋପାଳପୁରରେ ୩୫.୨ ଡ଼ିଗ୍ରି ରେକର୍ଡ ହୋଇଛି।

ଆଗାମୀ ୪ ଦିନ ଯାଏ ରାଜ୍ୟର ତାପମାତ୍ରା ଆହୁରି ବଢ଼ିବ। ପାଖାପାଖି ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଧୀରେଧୀରେ ଦିନ ତାପମାତ୍ରା ବଢ଼ିବ। ୧୩ରୁ ୧୫ ତାରିଖ ଯାଏ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ପାଇଁ ୱାର୍ଣ୍ଣିଂ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଆସନ୍ତା ୧୩ ତାରିଖ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହଜନିତ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୧୪ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲା ଏବଂ ୧୫ ତାରିଖ ପାଇଁ ଦେବଗଡ଼, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଗ୍ରୀଷ୍ମ ପ୍ରବାହକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ ସୂଚନା ଅନୁସାରେ, ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି। ମେଡିକାଲରେ ଏସି ରୁମ୍‌ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି। ଔଷଧ ସହ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଜିଲ୍ଲାରେ କଲ୍‌ ସେଣ୍ଟରରୁ ତଥ୍ୟ ସଂଗ୍ରହ କରାଯାଉଛି ଜିଲ୍ଳାପାଳମାନଙ୍କ ସହାୟତାରେ ଲୋକଙ୍କୁ ସଚେତନ କରାଯିବ। ଏହାଛଡା ଆଗାମୀ ୪ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଥିବାରୁ ସତର୍କ ରହିବାକୁ ପରାମର୍ଶ।

Leave A Reply

Your email address will not be published.