ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଅସହ୍ୟ ତାତିରେ ଓଡିଶାବାସୀ କଲବଲ

0

ଭୁ‌ବନେଶ୍ବର: ଆକାଶରୁ ଖସୁଛି ନିଆଁ। ସବୁଆଡେ ପ୍ରବଳ ଖରା ଅନୁଭୁତ ହେଉଛି। ଆଜି ଦିନ ୨ଟା ୩୦ ସୁଦ୍ଧା ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ତାପମାତ୍ରା ଝାରସୁଗୁଡ଼ାବାସୀଙ୍କୁ ଅଧିକ ଅସ୍ତବ୍ୟସ୍ତ କରିଛି। ଝାରସୁଗୁଡ଼ାରେ ଆଜି ଦିନ ୨ଟା ୩୦ ମିନିଟରେ ତାପମାତ୍ରା ୪୨.୪ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦିନ ୨ଟା ୩୦ ମିନିଟରେ ସମ୍ବଲପୁରରେ ୪୧.୮ ଡ଼ିଗ୍ରି, ହୀରାକୁଦରେ ୪୦.୪ ଡ଼ିଗ୍ରି, ଚାନ୍ଦବାଲିରେ ୩୯.୬ ଡ଼ିଗ୍ରି, ଭୁବନେଶ୍ୱରରେ ୩୯.୪  ଡ଼ିଗ୍ରି, କେନ୍ଦୁଝରରେ ୩୮ ଡ଼ିଗ୍ରି, ବାଲେଶ୍ୱରରେ ୩୭.୨   ଡ଼ିଗ୍ରି, ପୁରୀରେ ୩୫.୨ ଡ଼ିଗ୍ରି ଓ ଗୋପାଳପୁରରେ ୩୫.୨ ଡ଼ିଗ୍ରି ରେକର୍ଡ ହୋଇଛି।

ଆଗାମୀ ୪ ଦିନ ଯାଏ ରାଜ୍ୟର ତାପମାତ୍ରା ଆହୁରି ବଢ଼ିବ। ପାଖାପାଖି ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଧୀରେଧୀରେ ଦିନ ତାପମାତ୍ରା ବଢ଼ିବ। ୧୩ରୁ ୧୫ ତାରିଖ ଯାଏ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ପାଇଁ ୱାର୍ଣ୍ଣିଂ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଆସନ୍ତା ୧୩ ତାରିଖ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହଜନିତ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୧୪ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲା ଏବଂ ୧୫ ତାରିଖ ପାଇଁ ଦେବଗଡ଼, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଗ୍ରୀଷ୍ମ ପ୍ରବାହକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ ସୂଚନା ଅନୁସାରେ, ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି। ମେଡିକାଲରେ ଏସି ରୁମ୍‌ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି। ଔଷଧ ସହ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଜିଲ୍ଲାରେ କଲ୍‌ ସେଣ୍ଟରରୁ ତଥ୍ୟ ସଂଗ୍ରହ କରାଯାଉଛି ଜିଲ୍ଳାପାଳମାନଙ୍କ ସହାୟତାରେ ଲୋକଙ୍କୁ ସଚେତନ କରାଯିବ। ଏହାଛଡା ଆଗାମୀ ୪ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଥିବାରୁ ସତର୍କ ରହିବାକୁ ପରାମର୍ଶ।

Leave A Reply

Your email address will not be published.