ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମାଂଚଳରେ ୨ହଜାର ପରିବର୍ତ୍ତେ ୩ହଜାର ଟଙ୍କା ଏବଂ ସହରାଂଚଳରେ ୩ହଜାର ପରିବର୍ତ୍ତେ ୪ହଜାର ଟଙ୍କାର ଆର୍ଥିକ ସହାୟତା ହରିଶ୍ଚନ୍ଦ୍ର ଯୋଜନାରେ ମିଳିବ । ଏହାସହିତ ହରିଶ୍ଚନ୍ଦ୍ର ସହାୟତା ଯୋଜନା ନିମନ୍ତେ ପ୍ରତ୍ୟେକ ପଂଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲଯାଇଛି ଓ ଏଥିପାଇଁ ସରକାର ୧୫ହଜାର ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ହରିଶ୍ଚନ୍ଦ୍ର ସହାୟତା ରାଶିକୁ ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା, ସହରାଞ୍ଚଳ ଓ ପୁରୀ ସ୍ୱର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଥିପାଇଁ ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି । ଗରିବ ଲୋକମାନେ ଯେପରି ପ୍ରିୟଜନଙ୍କ ଅନ୍ତ୍ୟେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା ।

ଏହି ଯୋଜନାରେ ଅନ୍ତ୍ୟେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଟଙ୍କା ଓ ସହରାଞ୍ଚଳରେ ତିନି ହଜାର ଟଙ୍କା ସହାୟତା ମିଳୁଥିଲା । ହରିଶ୍ଚନ୍ଦ୍ର ସହାୟତା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା କରାଯାଉଛି । ସାରା ରାଜ୍ୟର ସମସ୍ତ ପଞ୍ଚାୟତର ରିଭଲଭିଂ ଫଣ୍ଡ ପାଇଁ ୧୦ କୋଟି ୧୯ ଲକ୍ଷ ୧୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି । ଏହି ନୂତନ ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଗ୍ରାମ ପଞ୍ଚାୟତ ଏକ୍ସଟେନସନ୍ ଅଫିସର କିମ୍ବା ଅନ୍ୟ କୌଣସି ବ୍ଲକସ୍ତରୀୟ ଏକ୍ସଟେନସନ୍ ଅଫିସରଙ୍କୁ ଦାୟିତ୍ବ ଦିଆଯାଇଛି । ବର୍ଦ୍ଧିତ ସହାୟତା ପାଇଁ ଯୋଜନାର ସଫ୍ଟୱାରରେ ଆବଶ୍ୟକ ପରିବର୍ତ୍ତନ କରାଯିବା ସହିତ ଜିଲ୍ଲାୱାରୀ ଗ୍ରାମପଞ୍ଚାୟତ ତାଲିକା ପ୍ରସ୍ତୁତ କରାଯାଇଛି ।

Leave A Reply

Your email address will not be published.