ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା; ଯୋଗ ଦେବେ ୮ଟି ଦେଶର ପ୍ରତିନିଧି

0

ଭୁବନେଶ୍ୱର, ୧୩/୦୪: ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଏପ୍ରିଲ ୧୫ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

‘ଆଜାଦୀ କା ଅମୃତ ମହୋତ୍ସବ’ର ଅଂଶବିଶେଷ ଭାବେ “ଦ ଜେନ୍‌-ନେକ୍ସଟ ଡେମୋକ୍ରେସି ନେଟ୍‌ୱାର୍କ ପ୍ରୋଗ୍ରାମ୍‌” ନାମରେ ନାମିତ ଏହି କାର୍ଯ୍ୟକ୍ରମଟିକୁ ଇଣ୍ଡିଆନ୍ କାଉନ୍‌ସିଲ ଫର୍ କଲ୍‌ଚରାଲ୍ ରିସର୍ଚ୍ଚ (ଆଇସିସିଆର୍‌) ପକ୍ଷରୁ ଆୟୋଜନ କରାଯାଇଥିବା ବେଳେ ପ୍ରତିନିଧିମାନେ ଏହି ଗସ୍ତ ସମୟରେ ଭାରତର ଗଣତାନ୍ତ୍ରିକ ପରମ୍ପରା, ସାଂସ୍କୃତିକ ଐତିହ୍ୟ ଓ ବିକାଶଧାରା ସମ୍ପର୍କରେ ଅଧିକ ଜ୍ଞାନ ଆହରଣ କରିବେ । ଏହି ପ୍ରତିନିଧିମାନେ ସୋମବାର ଭାରତରେ ପହଂଚିଥିବା ବେଳେ ସେମାନଙ୍କୁ କେନ୍ଦ୍ର, ରାଜ୍ୟ ଓ ସ୍ଥାନୀୟ ସ୍ତରରେ ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥା, ଦେଶର ଅର୍ଥନୈତିକ କ୍ଷେତ୍ରର ବିକାଶ ଓ ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ଦକ୍ଷତା ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ।

ପର୍ତୁଗାଲ୍‌, ଦକ୍ଷିଣ ଆଫ୍ରିକା, ମଙ୍ଗୋଲିଆ, କ୍ରୋସିଆ, ଗାୟେନା, ବ୍ରାଜିଲ୍‌, ବେଲ୍‌ଜିୟମ୍ ଏବଂ ବୁଲଗେରିଆର ରାଜନେତା, ଆଇନ ପ୍ରଣେତ।, ବ୍ୟବସାୟୀ, ସାମ୍ବାଦିକ, ଶିକ୍ଷାବିତ୍‌ ଓ ଯୁବନେତା ସମ୍ମିଳିତ ୨୬ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ଦିନ ୪ ଦିନିଆ ଓଡ଼ିଶା ଗସ୍ତରେ ପହଂଚିବେ । ସେମାନେ ସୋଆରେ ଏପ୍ରିଲ୍ ୧୫ ତାରିଖ ଦିନ “ଗଣତନ୍ତ୍ର ଓ ଶାସନ ବ୍ୟବସ୍ଥା” ସମ୍ପର୍କିତ ଏକ କର୍ମଶାଳାରେ ଯୋଗ ଦେବେ ।

ରାଜ୍ୟର ବଳିଷ୍ଠ ସାଂସ୍କୃତିକ ଐତିହ୍ୟକୁ ପ୍ରଦର୍ଶନ କରିବା ନିମନ୍ତେ ସୋଆ ପକ୍ଷରୁ ଏପ୍ରିଲ୍ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ କରାଯାଇଛି । ଭୁବନେଶ୍ୱର ଓ ଏହାର ଆଖପାଖ ଅଂଚଳ ସମେତ ପୁରୀ ଓ କୋଣାର୍କ ପରିଦର୍ଶନ କରିବା ସହିତ ସେମାନେ ରାଜ୍ୟର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ, ଗବେଷଣା ପ୍ରତିଷ୍ଠାନ ଓ ଶିକ୍ଷାନୁଷ୍ଠାନର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟି ଆଲୋଚନା କରିବେ । ସେହିପରି ସେମାନେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

ଆଇସିସିଆର୍‌ର ତଥ୍ୟ ଅନୁଯାୟୀ ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତୀ ପାଳନ କରୁଥିବା ବେଳେ ଏହି ଗଣତାନ୍ତ୍ରିକ ଯାତ୍ରାର ସଫଳତା ଓ ଭାରତୀୟ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଅନ୍ୟ ଦେଶରେ ପହଞ୍ଚାଇବା ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

Leave A Reply

Your email address will not be published.