ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ

0

ଭୁବନେଶ୍ୱର: ରାଜ୍ୟ ସରକାର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ନିୟମିତ କରିଛନ୍ତି । ଚୁକ୍ତିଭିତ୍ତିକ ଓ ଇନିସିଆଲ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ଚାକିରି ନିୟମିତ ହେବ।  ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ ୧୮ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି କରୁଥିଲେ । ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ସମସ୍ୟା ସମ୍ପର୍କରେ ଆଲୋଚନା କରି ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଦାବି ପୂରଣ ହୋଇଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଶିକ୍ଷକ ।

ସୂଚନାଯୋଗ୍ୟ, ଗତ ସପ୍ତାହରେ ରାଜ୍ୟର ପ୍ରାୟ ୧୮ହଜାରରୁ ଅଧିକ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକମାନେ ବିଧାନସଭା ସମ୍ମୁଖରେ ଆନ୍ଦୋଳନ କରିଥିଲେ । ରାଜ୍ୟ ସରକାର ଚୁକ୍ତିଭିତ୍ତିକ ବ୍ୟବସ୍ଥା ଉଚ୍ଛେଦ କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ଚାକିରିକୁ ନିୟମିତ କରିବା ନେଇ ବିଜ୍ଞପ୍ତି ପ୍ରକାଶ କରିନଥିଲେ ।

Leave A Reply

Your email address will not be published.