ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ

0

ଭୁବନେଶ୍ୱର: ରାଜ୍ୟ ସରକାର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ନିୟମିତ କରିଛନ୍ତି । ଚୁକ୍ତିଭିତ୍ତିକ ଓ ଇନିସିଆଲ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ଚାକିରି ନିୟମିତ ହେବ।  ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ ୧୮ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି କରୁଥିଲେ । ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ସମସ୍ୟା ସମ୍ପର୍କରେ ଆଲୋଚନା କରି ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଦାବି ପୂରଣ ହୋଇଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଶିକ୍ଷକ ।

ସୂଚନାଯୋଗ୍ୟ, ଗତ ସପ୍ତାହରେ ରାଜ୍ୟର ପ୍ରାୟ ୧୮ହଜାରରୁ ଅଧିକ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକମାନେ ବିଧାନସଭା ସମ୍ମୁଖରେ ଆନ୍ଦୋଳନ କରିଥିଲେ । ରାଜ୍ୟ ସରକାର ଚୁକ୍ତିଭିତ୍ତିକ ବ୍ୟବସ୍ଥା ଉଚ୍ଛେଦ କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ଚାକିରିକୁ ନିୟମିତ କରିବା ନେଇ ବିଜ୍ଞପ୍ତି ପ୍ରକାଶ କରିନଥିଲେ ।

Leave A Reply

Your email address will not be published.