ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ସୋଆର ଗବେଷକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ

0

ଭୁବନେଶ୍ୱର, : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ (ହୀରକ ଜୟନ୍ତୀ) ପାଳନ ଅବସରରେ ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି କେନ୍ଦ୍ର ର ନିର୍ଦେଶକ ପ୍ରଫେସର କୁଳମଣି ପରିଡାଙ୍କୁ ବିଜ୍ଞାନ କ୍ଷେତ୍ରରେ ପାରଦର୍ଶିତା ତଥା ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଗୁରୁବାର ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କରାଯାଇଛି।

ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓ ରାଜଧାନୀ ପ୍ରତିଷ୍ଠା କମିଟି ପକ୍ଷରୁ ଆୟୋଜିତ ଏହି ସମାରୋହରେ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଓ ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ପ୍ରଫେସର ପରିଡାଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ମଧ୍ୟ ଉପସ୍ଥିତ ଥିଲେ। ପୂର୍ବରୁ ପ୍ରଫେସର ପରିଡା ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଦୁଇ ପ୍ରତିଶତ ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନିତ ହୋଇ ସାରିଛନ୍ତି।

Leave A Reply

Your email address will not be published.