ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆର ଗବେଷକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ

0

ଭୁବନେଶ୍ୱର, : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ (ହୀରକ ଜୟନ୍ତୀ) ପାଳନ ଅବସରରେ ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି କେନ୍ଦ୍ର ର ନିର୍ଦେଶକ ପ୍ରଫେସର କୁଳମଣି ପରିଡାଙ୍କୁ ବିଜ୍ଞାନ କ୍ଷେତ୍ରରେ ପାରଦର୍ଶିତା ତଥା ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଗୁରୁବାର ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କରାଯାଇଛି।

ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓ ରାଜଧାନୀ ପ୍ରତିଷ୍ଠା କମିଟି ପକ୍ଷରୁ ଆୟୋଜିତ ଏହି ସମାରୋହରେ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଓ ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ପ୍ରଫେସର ପରିଡାଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ମଧ୍ୟ ଉପସ୍ଥିତ ଥିଲେ। ପୂର୍ବରୁ ପ୍ରଫେସର ପରିଡା ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଦୁଇ ପ୍ରତିଶତ ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନିତ ହୋଇ ସାରିଛନ୍ତି।

Leave A Reply

Your email address will not be published.