ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଆସନ୍ତା ୨ ଦିନ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ; ସତର୍କ ରହିବାକୁ ପରାମର୍ଶ ଦେଲେ ଏସଆରସି

0

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର (ଏସଆରସି)। ସେ କହିଛନ୍ତି, ଅତି ଖରାବେଳେ ଶ୍ରମିକମାନେ କାମ କରନ୍ତୁ ନାହିଁ। ଠିକ୍ ସେହିପରି ଅତି ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ସେ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ୩୯.୮ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। କେନ୍ଦୁଝରରେ ତାପମାତ୍ରା ୩୯ ଦଶମିକ୍ ୨ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ , ଚାନ୍ଦବାଲିରେ ୩୮ ଡିଗ୍ରି, ଭୁବନେଶ୍ୱରରେ ୩୭ ଦଶମିକ୍ ୮ ଡିଗ୍ରି, ବାଲେଶ୍ୱରରେ ୩୭ ଡିଗ୍ରି, ହୀରାକୁଦରେ ୩୬ ଦଶମିକ୍ ୮ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।

ପାରଦ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି। ଗୁରୁବାର ଦିନ ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରିରୁ ଅଧିକ ରେକର୍ଡ ହୋଇଥିବା ବେଳେ ୮ ସହରର ପାରଦ ୪୨ ଡିଗ୍ରି ପାର୍‌ କରିଛି। ୪୩.୫ ଡିଗ୍ରି ତାପମାତ୍ରା ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ତାଲିକାର ଆଗରେ ରହିଛି। ଓଡ଼ିଆ ନବବର୍ଷ ବା ପଣା ସଂକ୍ରାନ୍ତିରେ ରାଜ୍ୟର ତାପମାତ୍ରା ଆହୁରି ୧ ଡିଗ୍ରି ବୃଦ୍ଧିପାଇଛି। ଫଳରେ ପ୍ରଚଣ୍ଡ ଖରା ଓ ଗର‌ମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଏଣୁ ଆସନ୍ତା ୨ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଆଦି ୮ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.