ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ରାଜ୍ୟର ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ

0

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ତାରିଖରୁ ବନ୍ଦ ରହିଥିବା ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ । ତେବେ ସ୍କୁଲରେ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ଆଜି ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ଏପ୍ରିଲ ୧୭ତାରିଖ ସୋମବାରଠାରୁ ରାଜ୍ୟର ସମସ୍ତ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ପାଇଁ ଏହି ସମୟ ନିର୍ଘଣ୍ଟ କରାଯାଇଛି ।  ତେବେ ଜିଲ୍ଲାପାଳମାନେ ଚାହିଁଲେ ଗ୍ରୀଷ୍ମପ୍ରବାହର ସ୍ଥିତିକୁ ଦେଖି ସେମାନଙ୍କ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ଆବଶ୍ୟକ ପରିବର୍ତ୍ତନ କରିପାରିବେ । ସ୍କୁଲଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରିବା ପାଇଁ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧ତାରିଖରେ ଜାପାନ ଗସ୍ତରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତିର ସମୀକ୍ଷା କରିବା ସହ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ୧୨ରୁ ୧୬ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିଲେ ।

Leave A Reply

Your email address will not be published.