ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା ରେ ଯୋଗଦେଲେ ୮ ଦେଶର ପ୍ରତିନିଧି

0

ଭୁବନେଶ୍ୱର, ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଶୁକ୍ରବାର ଭୁବନେଶ୍ୱର ପହଂଚିଛନ୍ତି। ଏହି ପ୍ରତିନିଧି ମାନେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବାବେଳେ ସୋମବାର ରାଜ୍ୟ ସଂଗ୍ରହାଳୟ ଓ କଟକସ୍ଥିତ ମାରିଟାଇମ ମ୍ୟୁଜିଅମ ପରିଦର୍ଶନ କରିବେ । ସେହିପରି ସନ୍ଧ୍ୟାରେ ହୋଟେଲ ମେଫେୟାର ଠାରେ ସୋଆ ପକ୍ଷରୁ ଆୟୋଜିତ ସାଂସ୍କୃତିକ ସନ୍ଧ୍ୟାରେ ସାମିଲ ହୋଇଛନ୍ତି ଏହି ପ୍ରତିନିଧି ଦଳ। ଏହି ଅବସରରେ ସୋଆ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ପ୍ରୋ ଚାନସେଲର ପ୍ରଫେସର ଅମିତ ବାନାର୍ଜୀ, ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଅଡିସନାଲ ଡିନ (ସ୍ଟୁଡେଣ୍ଟସ ଅଫେୟାର୍ସ ), ଆଇଟିଇଆର ପ୍ରଫେସର ରେଣୁ ଶର୍ମା, ଅଡିସନାଲ ଡିନ ରିସର୍ଚ୍ଚ ପ୍ରଫେସର ପ୍ରିୟବ୍ରତ ପଟନାୟକ,ୟୁନିଭର୍ସିଟି ଆଉଟରିଚ ପ୍ରୋଗ୍ରାମ ର ନିର୍ଦେଶକ ପ୍ରଫେସର ନଚିକେତା ଶର୍ମା, କର୍ପୋରେଟ କମ୍ୟୁନିକେସନ ନିର୍ଦେଶକ ଶ୍ରୀ ଦେବ ପ୍ରସାଦ ଦାଶ ଓ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସଡି ଶ୍ରୀ ପ୍ରିତମ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ ଯୋଗ ଦେଇଛନ୍ତି। ‘ଆଜାଦୀ କା ଅମୃତ ମହୋତ୍ସବ’ର ଅଂଶବିଶେଷ ଭାବେ “ଦ ଜେନ୍‌-ନେକ୍ସଟ ଡେମୋକ୍ରେସି ନେଟ୍‌ୱାର୍କ ପ୍ରୋଗ୍ରାମ୍‌” ନାମରେ ନାମିତ ଏହି କାର୍ଯ୍ୟକ୍ରମଟିକୁ ଇଣ୍ଡିଆନ୍ କାଉନ୍‌ସିଲ ଫର୍ କଲ୍‌ଚରାଲ୍ ରିସର୍ଚ୍ଚ (ଆଇସିସିଆର୍‌) ପକ୍ଷରୁ ଆୟୋଜନ କରାଯାଇଥିବା ବେଳେ ପ୍ରତିନିଧିମାନେ ଏହି ଗସ୍ତ ସମୟରେ ଭାରତର ଗଣତାନ୍ତ୍ରିକ ପରମ୍ପରା, ସାଂସ୍କୃତିକ ଐତିହ୍ୟ ଓ ବିକାଶଧାରା ସମ୍ପର୍କରେ ଅଧିକ ଜ୍ଞାନ ଆହରଣ କରିବେ । ପର୍ତୁଗାଲ୍‌, ଦକ୍ଷିଣ ଆଫ୍ରିକା, ମଙ୍ଗୋଲିଆ, କ୍ରୋସିଆ, ଗାୟେନା, ବ୍ରାଜିଲ୍‌, ବେଲ୍‌ଜିୟମ୍ ଏବଂ ବୁଲଗେରିଆର ରାଜନେତା, ଆଇନ ପ୍ରଣେତ।, ବ୍ୟବସାୟୀ, ସାମ୍ବାଦିକ, ଶିକ୍ଷାବିତ୍‌ ଓ ଯୁବନେତା ସମ୍ମିଳିତ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ପହଂଚିଛନ୍ତି ।

ରାଜ୍ୟର ବଳିଷ୍ଠ ସାଂସ୍କୃତିକ ଐତିହ୍ୟକୁ ପ୍ରଦର୍ଶନ କରିବା ନିମନ୍ତେ ସୋଆ ପକ୍ଷରୁ ଏପ୍ରିଲ୍ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ କରାଯାଇଛି । ଭୁବନେଶ୍ୱର ଓ ଏହାର ଆଖପାଖ ଅଂଚଳ ସମେତ ପୁରୀ ଓ କୋଣାର୍କ ପରିଦର୍ଶନ କରିବା ସହିତ ସେମାନେ ରାଜ୍ୟର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ, ଗବେଷଣା ପ୍ରତିଷ୍ଠାନ ଓ ଶିକ୍ଷାନୁଷ୍ଠାନର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟି ଆଲୋଚନା କରିବେ ।

ସେହିପରି ସେମାନେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଆଇସିସିଆର୍‌ର ତଥ୍ୟ ଅନୁଯାୟୀ ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତୀ ପାଳନ କରୁଥିବା ବେଳେ ଏହି ଗଣତାନ୍ତ୍ରିକ ଯାତ୍ରାର ସଫଳତା ଓ ଭାରତୀୟ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଅନ୍ୟ ଦେଶରେ ପହଞ୍ଚାଇବା ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

Leave A Reply

Your email address will not be published.