ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କାଲିଠୁ ଆରମ୍ଭ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା

0

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ‌ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି ଓ ସ୍କୁଲର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ। ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବାକୁ ପଦକ୍ଷେପ ନେବାକୁ କୁହାଯାଇଛି।

ତେବେ ସମ୍ବଲପୁର ବ୍ୟତୀତ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ହେବ। ଅଙ୍ଗନବାଡ଼ିରେ ପାଠପଢା ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟପଟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲ୍ଲାରେ ସୋମବାର ଓ ମଙ୍ଗଳବାର ବନ୍ଦ ରହିବ ସ୍କୁଲ। ଜିଲ୍ଲା ପ୍ରଶାସନ ନିଷ୍ପତ୍ତି କ୍ରମେ ସ୍କୁଲ ଛୁଟିକୁ ୨ ଦିନ ପାଇଁ ବଢ଼ାଇ ଦିଆଯାଇଛି।

Leave A Reply

Your email address will not be published.