ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୁଣି ଦୁଇ ଦିନ ବନ୍ଦ ହେଲା ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

0

ଭୁବନେଶ୍ବର; ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁୂଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ତାରିଖ ଦୁଇଦିନ ଧରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର , ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ । ଆଜି ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ସୂଚନାଯୋଗ୍ୟ: ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ଼ । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଦୁଇଦିନ ବନ୍ଦ ରହିବ । ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ପୂର୍ବରୁ ମଧ୍ୟ ସରକାର ଏପ୍ରିଲ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିଥିଲେ । ସୋମବାର ସ୍କୁଲ ଖୋଲିଥିଲା । ହେଲେ ରାଜ୍ୟରେ ଜାରି ଗ୍ରୀଷ୍ମ ପ୍ରବାହ ସମସ୍ତଙ୍କୁ ଅସ୍ତବ୍ୟସ୍ତ କରିଛି । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ସରକାର । ଆଗକୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଛୁଟି ବୃଦ୍ଧି କରାଯିବ କି ନାହିଁ ତା ଉପରେ ବିଚାର କରାଯିବ ।

Leave A Reply

Your email address will not be published.