ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପୁଣି ଦୁଇ ଦିନ ବନ୍ଦ ହେଲା ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

0

ଭୁବନେଶ୍ବର; ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁୂଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ତାରିଖ ଦୁଇଦିନ ଧରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର , ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ । ଆଜି ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ସୂଚନାଯୋଗ୍ୟ: ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ଼ । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଦୁଇଦିନ ବନ୍ଦ ରହିବ । ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ପୂର୍ବରୁ ମଧ୍ୟ ସରକାର ଏପ୍ରିଲ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିଥିଲେ । ସୋମବାର ସ୍କୁଲ ଖୋଲିଥିଲା । ହେଲେ ରାଜ୍ୟରେ ଜାରି ଗ୍ରୀଷ୍ମ ପ୍ରବାହ ସମସ୍ତଙ୍କୁ ଅସ୍ତବ୍ୟସ୍ତ କରିଛି । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ସରକାର । ଆଗକୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଛୁଟି ବୃଦ୍ଧି କରାଯିବ କି ନାହିଁ ତା ଉପରେ ବିଚାର କରାଯିବ ।

Leave A Reply

Your email address will not be published.