ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସରୋଜ ସାମଲ ହେଲେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ

0

ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଆଇଆଣ୍ଡପିଆର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଶ୍ରୀ ତ୍ରିପାଠୀଙ୍କ ସ୍ଥାନରେ ଶ୍ରୀ ସାମଲଙ୍କୁ ସରକାର ଆଇଆଣ୍ଡପିଆର ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦେଇଥିଲେ । ଅପରାହ୍ନରେ ଶ୍ରୀ ତ୍ରିପାଠୀଙ୍କଠୁ ଶ୍ରୀ ସାମଲ ଦାୟିତ୍ୱ ଗ୍ରହଣ କରିଥିଲେ ।

Leave A Reply

Your email address will not be published.