ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ପୁଞ୍ଚରେ ସେନା ଟ୍ରକ ଅଗ୍ନିକାଣ୍ଡ ରେ ଜଣେ ଓଡ଼ିଆ ଯବାନ ସହିଦ

0

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଆକ୍ରମଣରେ ୫ ଯବାନ ସହିଦ ହୋଇଥିବା ବେଳେ, ଜଣେ ଯବାନ ଆହତ ହୋଇଛନ୍ତି । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ସ୍ପଷ୍ଟ ହୋଇଛି । ଆତଙ୍କବାଦୀମାନେ ହମଲା କରିବା ପରେ ସେନା ଟ୍ରକରେ ନିଆଁ ଲାଗି ଯାଇଥିଲା। ଏହି ହମଲାରେ ୫ ଜଣ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ମଧ୍ୟରେ ଜଣେ ଓଡ଼ିଆ ଅଛନ୍ତି । ସହିଦ ଯବାନ ହେଲେ ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳର ଦେବାଶିଷ ବିଶ୍ବାଳ ।

ସୂଚନା ଅନୁସାରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ନିକଟସ୍ଥ ଅଳଗୁମ ଗ୍ରାମର ଖଣ୍ଡାୟତସାହି ନିବାସୀ ପ୍ରତାପ ବିଶ୍ବାଳ ଓ ମମତା ବିଶ୍ବାଳଙ୍କ ପୁଅ ଦେବାଶିଷ ବିଶ୍ବାଳ ଜମ୍ମୁକଶ୍ମୀରରେ ମୁତୟନ ଥିଲେ। ଆଜି ସେ ସାଥୀ ଯବାନଙ୍କ ସହିତ ସେନା ଟ୍ରକରେ ଭିମ୍ବର ଗଲିରୁ ପୁଞ୍ଚକୁ ଯାଇଥିବାବେଳେ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇଥିଲେ।

ଦେବାଶିଷଙ୍କ ଘରକୁ ସେନା ମୁଖ୍ୟାଳୟରୁ ଫୋନ୍ ଆସିଲା ପରେ ଖଣ୍ଡାୟତସାହିରେ ଶୋକାକୁଳ ପରିବେଶ ଦେଖାଯାଇଛି। ଦେବାଶିଷଙ୍କ ସ୍ତ୍ରୀ, ବାପା, ମା’ଙ୍କ ସମେତ ପୂରା ଗାଁ ନିରବ ରହିଯାଇଛି। ଦେବାଶିଷ ବିଶ୍ବାଳ ୨୦୨୧ ଅକ୍ଷୟ ତୃତୀୟା ଦିନ ସୁଶ୍ରୀ ସଙ୍ଗୀତାଙ୍କୁ ବିବାହ କରିଥିଲେ। ତାଙ୍କର ଏକ ୭ମାସର ଶିଶୁକନ୍ୟା ଅଛି।

ଉଲ୍ଲେଖଯୋଗ୍ୟ, ଆତଙ୍କବାଦୀ ସଂଗଠନ ଜୈସ-ଏ-ମହମ୍ମଦ ସମର୍ଥିତ ‘ପିଏଏଫ୍ଏଫ୍’ର ଆକ୍ରମଣରେ ରାଷ୍ଟ୍ରୀୟ ରାଇଫଲ୍ସର ୫ ଜଣ ଯବାନ ସହିଦ ହୋଇଥିଲେ। ସେନା ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ ସେନା ଟ୍ରକଟି ଭିମ୍ବର ଗଲିରୁ ପୁଞ୍ଚକୁ ଯାଇଥିବାବେଳେ ଅପରାହ୍ଣ ୩ଟା ବେଳେ କେତେକ ଆତଙ୍କବାଦୀ ଟ୍ରକ ଉପରକୁ ଗ୍ରେନେଡ ଫିଙ୍ଗିଥିଲେ ଓ ଫାୟାରିଂ କରିଥିଲେ । ଖରାପ ପାଗ ଓ ଅସ୍ପଷ୍ଟ ବାତାବରଣର ସୁଯୋଗ ନେଇ ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ ବୋଲି ନର୍ଦର୍ଣ୍ଣ କମାଣ୍ଡ ହେଡକ୍ବାର୍ଟର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.