ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

0

ଭୁବନେଶ୍ବର: ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ ଓ ମନ୍ତ୍ରୀ, ବିଧାୟକ ରହିଛନ୍ତି ।

ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ଷ୍ଟାର ପ୍ରଚାରକ ତାଲିକାରେ ନବୀନଙ୍କ ସହିତ ପ୍ରଣବ ପ୍ରକାଶ ଦାଶ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ସାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ପଣ୍ଡା, ପଦ୍ମନାଭ ବେହେରା, ସୁଶାନ୍ତ ସିଂହ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ଅରୁଣ ସାହୁ ଓ ପ୍ରତାପ ଜେନା ରହିଛନ୍ତି ।

ତାଙ୍କ ସହିତ ସେହ୍ନାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ପ୍ରଶାନ୍ତ ମୁଦୁଲି, ପୁଷ୍ପେନ୍ଦ୍ର ସିଂହଦେଓ, ଦିବ୍ୟଶଙ୍କର ମିଶ୍ର, ରୀତା ସାହୁ, ଅଳକା ମହାନ୍ତି, ଚନ୍ଦ୍ରସାରଥୀ ବେହେରା, ବ୍ରଜକିଶୋର ପ୍ରଧାନ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିକ୍ରମ କୁମାର ପଣ୍ଡା, ନଳିନୀ କାନ୍ତ ପ୍ରଧାନ, ସରୋଜ ମେହେର ପ୍ରଚାର କରିବେ ।

ସୂଚନାଯୋଗ୍ୟ ଯେ, ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେଉଛି ଉପ ନିର୍ବାଚନ । ଏହି ଉପ ନିର୍ବାଚନରେ ନବଙ୍କ ଝିଅ ଦୀପାଳିକୁ ପ୍ରାର୍ଥୀ କରିଛି ବିଜେଡି । ଆସନ୍ତା ମେ ୧୦ରେ ଝାରସୁଗୁଡା ଭୋଟ୍ ପଡିବାକୁ ଥିବାବେଳେ, ମେ ୧୩ରେ ଆସିବ ରେଜଲ୍ଟ ।

Leave A Reply

Your email address will not be published.