ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା ହୋଇଛି । ସ୍କିଲ୍ ଇନ୍ ଓଡ଼ିଶା ଏବେ ବିଶ୍ୱରେ ଝଟକିବାକୁ ଯାଉଛି ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଭାଷଣ ପରେ ଏଗଜିବିସନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ 

ଏହି କନକ୍ଲେଭରେ ପଲିଟେକ୍ନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଯୋଗ ଦେଇଛନ୍ତି । ମେକ୍ ଇନ୍ ଓଡ଼ିଶାର ପାର୍ଟ ୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ବିଶ୍ବସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭରଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ।

Leave A Reply

Your email address will not be published.