ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା

0

ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।

ସୂଚନାଯୋଗ୍ୟ, ଆସନ୍ତା କାଲି ଠାରୁ ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ। ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାଯାଇଛି। ଏନେଇ ଆଜି ସରକାର ବିଧିବଦ୍ଧଭାବେ ଘୋଷଣା କରିବେ ବୋଲି କୁହାଯାଇଛି।

ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦୁଇ ଦିନ(ଏପ୍ରିଲ ୧୯ ଓ ୨୦) ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା।

Leave A Reply

Your email address will not be published.