ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା

0

ଭୁବନେଶ୍ବର; ଖରାର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

ସୂଚନାନୁସାରେ, ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡାର ତାପମାତ୍ରା, ୪୨.୮ ଡିଗ୍ରୀ ରହିଥିଲାବେଳେ, ଚାନ୍ଦବାଲିର ୪୧.୨ ଡିଗ୍ରୀ, ସମ୍ବଲପୁରର ତାପମାତ୍ରା ୪୧.୨ ଡିଗ୍ରୀ, କେନ୍ଦୁଝରର ତାପମାତ୍ରା ୪୦.୬ ଡିଗ୍ରୀ ରହିଥିଲା । ସେହିପରି ହୀରାକୁଦର ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍ ରହିଥିବାବେଳେ, ବାଲେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରହିଥିବା ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ବରଗଡ, ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.